ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ଦେଶରେ ତୁଳମୁହାଁ ହେଉଛି କରୋନା ଗ୍ରାଫ୍ । ଯାହାଫଳରେ ଏବେ ଦେଶରେ ୧୫ ହଜାର ତଳେ ଆକ୍ରାନ୍ତଙ୍କ ସଂଖ୍ୟା ଖସିଥିବା ବେଳେ ଆଜି ୧୦ ହଜାର ତଳେ ରହିଛି ଆକ୍ରାନ୍ତଙ୍କ ସଂଖ୍ୟା । କେନ୍ଦ୍ରୀୟ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଜାରି କରାଯାଇଥିବା ସଂଖ୍ୟା ମୁତାବକ ଗତ ୨୪ ଘଣ୍ଟା ମଧ୍ୟରେ ନୂତନ ୦୯ ହଜାର ୩୦୯ ନୂତନ ମାମଲା ସାମ୍ନାକୁ ଆସିଛି । ଏହାପରେ ଦେଶରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧,୦୮,୮୦,୬୦୩ ରେ ପହଁଚିଛି । ସେହିପରି ଏହି ମାରାତ୍ମକ ଭାଇରସ ପାଇଁ ୮୭ ଜଣଙ୍କର ମୃତ୍ୟୁ ହୋଇଛି । ଏହାପରେ ଦେଶରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୫୫,୪୪୭ ରେ ପହଁଚିଛି ।
ସେହିପରି ଦେଶରେ ସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ହେବାରେ ଲାଗିଛି । ସେହିଅନୁଯାୟୀ ଦେଶରେ ମୋଟ ୧,୦୫,୮୯,୨୩୦ ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରି ସାରିଲେଣି । ଅନ୍ୟପଟେ ଏବେ ଦେଶରେ ୧,୩୫,୯୨୬ ଟି ସକ୍ରିୟ ମାମଲା ରହିଛି ।