ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ଦେଶରେ କରୋନା ପ୍ରକୋପ ଜାରି ରହିଥିବା ବେଳେ ପ୍ରତ୍ୟେକ ଦିନ ନୂତନ ମାମଲା ଚିହ୍ନଟ ହେଉଛି । ପୂର୍ବାପେକ୍ଷା ଏବେ ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି । ଯାହାକୁ ନେଇ ଲୋକେ ସାମାନ୍ୟ ଆଶ୍ୱସ୍ତି ଅନୁଭବ କରୁଛନ୍ତି । ସେହିଅନୁଯାୟୀ କେନ୍ଦ୍ରୀୟ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଜାରି କରାଯାଇଥିବା ସଂଖ୍ୟା ମୁତାବକ ଗତ ୨୪ ଘଣ୍ଟା ମଧ୍ୟରେ ନୂତନ ୩,୨୯,୯୪୨ ନୂତନ ମାମଲା ସାମ୍ନାକୁ ଆସିଛି । ଏହାପରେ ଦେଶରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୨,୨୯,୯୨,୫୧୭ ରେ ପହଁଚିଛି । ସେହିପରି ଏହି ମାରାତ୍ମକ ଭାଇରସ ପାଇଁ ୨୪ ଘଣ୍ଟାରେ ୩୮୭୬ ଜଣଙ୍କର ମୃତ୍ୟୁ ହୋଇଛି । ଏହାପରେ ଦେଶରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨,୪୯,୯୯୨ ରେ ପହଁଚିଛି ।
ସେହିପରି ଦେଶରେ ସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ହେବାରେ ଲାଗିଛି । ସେହିଅନୁଯାୟୀ ଦେଶରେ ମୋଟ ୧,୯୦,୨୭,୩୦୪ ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରି ସାରିଲେଣି । ଅନ୍ୟପଟେ ଏବେ ଦେଶରେ ୩୭,୧୫,୨୨୧ ଟି ସକ୍ରିୟ ମାମଲା ରହିଛି ।