ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ଦେଶରେ ଦୈନିକ ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ଯାହାଫଳରେ ଏବେ ଏକ ଲକ୍ଷ ତଳେ ମାମଲା ରହିଛି । ସେହିଅନୁଯାୟୀ କେନ୍ଦ୍ରୀୟ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଜାରି କରାଯାଇଥିବା ସଂଖ୍ୟା ମୁତାବକ ଗତ ୨୪ ଘଣ୍ଟା ମଧ୍ୟରେ ନୂତନ ୯୪,୦୫୨ ନୂତନ ମାମଲା ସାମ୍ନାକୁ ଆସିଛି । ଏହାପରେ ଦେଶରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୨,୭୬,୫୫,୪୯୩ ରେ ପହଁଚିଛି । ସେହିପରି ଏହି ମାରାତ୍ମକ ଭାଇରସ ପାଇଁ ୨୪ ଘଣ୍ଟାରେ ୬୧୪୮ଜଣଙ୍କର ମୃତ୍ୟୁ ହୋଇଛି । ଯାହା ଗୋଟେଦିନରେ ସର୍ବାଧିକ ମୃତ୍ୟୁ ସଂଖ୍ୟା । ଏହାପରେ ଦେଶରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩,୫୯,୬୭୬ ରେ ପହଁଚିଛି ।
ସେହିପରି ଦେଶରେ ସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ହେବାରେ ଲାଗିଛି । ସେହିଅନୁଯାୟୀ ଦେଶରେ ମୋଟ ୨,୭୬,୫୫,୪୯୩ ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରି ସାରିଲେଣି । ଅନ୍ୟପଟେ ଏବେ ଦେଶରେ ୧୧,୬୭,୯୫୨ ଟି ସକ୍ରିୟ ମାମଲା ରହିଛି ।