ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ଦେଶରେ ଦୈନିକ ସଂକ୍ରମଣ ସଂଖ୍ୟା ହ୍ରାସ ହେଉଛି । ସହିଅନୁଯାୟୀ କେନ୍ଦ୍ରୀୟ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଜାରି କରାଯାଇଥିବା ସଂଖ୍ୟା ମୁତାବକ ଗତ ୨୪ ଘଣ୍ଟା ମଧ୍ୟରେ ନୂତନ ୪୨,୭୬୬ ନୂତନ ମାମଲା ସାମ୍ନାକୁ ଆସିଛି । ଏହାପରେ ଦେଶରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩,୦୭,୯୫,୭୧୬ ରେ ପହଁଚିଛି । ସେହିପରି ଏହି ମାରାତ୍ମକ ଭାଇରସ ପାଇଁ ୨୪ ଘଣ୍ଟାରେ ୧୨୦୬ ଜଣଙ୍କର ମୃତ୍ୟୁ ହୋଇଛି । ଏହାପରେ ଦେଶରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪,୦୭,୧୪୫ ରେ ପହଁଚିଛି ।
ସେହିପରି ଦେଶରେ ସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ହେବାରେ ଲାଗିଛି । ସେହିଅନୁଯାୟୀ ଦେଶରେ ମୋଟ ୨,୯୯,୩୩,୫୩୮ ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରି ସାରିଲେଣି । ଅନ୍ୟପଟେ ଏବେ ଦେଶରେ ୦୪,୫୫,୦୩୩ ଟି ସକ୍ରିୟ ମାମଲା ରହିଛି ।