ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ଦେଶରେ ଲଗାତର ଭାବେ କରୋନା ପ୍ରକୋପ ଜାରି ରହିଛି । କେନ୍ଦ୍ରୀୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଜାରି କରାଯାଇଥିବା ସଂଖ୍ୟା ମୁତାବକ, ଗତ ୨୪ ଘଣ୍ଟା ମଧ୍ୟରେ ୭୮ ହଜାର ୫୨୪ ନୂତନ ମାମଲା ସାମ୍ନାକୁ ଆସିଥିବା ବେଳେ ୯୭୧ ଜଣଙ୍କର ମୃତ୍ୟୁ ହୋଇଛି । ଏହାପରେ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ହୋଇ ୬୮ ଲକ୍ଷ ୩୫ ହଜାର ୬୫୫ ରେ ପହଁଚିଛି ।
ସେହିପରି ଆଜି ପର୍ଯ୍ୟନ୍ତ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଏପର୍ଯ୍ୟନ୍ତ ୯,୦୨,୪୨୫ ଜଣ ଚିକିତ୍ସିତ ହେଉଥିବା ବେଳେ ୫୮,୨୭,୭୦୪ ଜଣ ସୁସ୍ଥ ହୋଈ ଘରକୁ ଫେରିସାରିଳେଣି । ଏହାସହିତ ଏପର୍ଯ୍ୟନ୍ତ ଏହି ମହାମାରୀରେ ୧,୦୫,୫୨୬ ଜଣଙ୍କ ଜୀବନ ଗଲାଣି ।