ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ଦେଶରେ ଦୈନିକ ସଂକ୍ରମଣ ସଂଖ୍ୟା ଉପର ତଳ ହେଉଛି । ସହିଅନୁଯାୟୀ କେନ୍ଦ୍ରୀୟ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଜାରି କରାଯାଇଥିବା ସଂଖ୍ୟା ମୁତାବକ ଗତ ୨୪ ଘଣ୍ଟା ମଧ୍ୟରେ ନୂତନ ୩୮,୬୧୮ ନୂତନ ମାମଲା ସାମ୍ନାକୁ ଆସିଛି । ସେହିପରି ଏହି ମାରାତ୍ମକ ଭାଇରସ ପାଇଁ ୨୪ ଘଣ୍ଟାରେ ୬୧୭ ଜଣଙ୍କର ମୃତ୍ୟୁ ହୋଇଛି ।
ସେହିପରି ଦେଶରେ ସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ହେବାରେ ଲାଗିଛି । ସେହିଅନୁଯାୟୀ ମୋଟ ୩,୧୦,୫୫,୮୬୧ ଜଣ ସୁସ୍ଥ ହୋଇସାରିଲେଣି । ଅନ୍ୟପଟେ ଏବେ ଦେଶରେ ୦୪,୧୨,୧୫୩ ଟି ସକ୍ରିୟ ମାମଲା ରହିଛି ।