ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ଦେଶରେ ଲଗାତର ଭାବେ କରୋନା ପ୍ରକୋପ ଜାରି ରହିଛି । କେନ୍ଦ୍ରୀୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଜାରି କରାଯାଇଥିବା ସଂଖ୍ୟା ମୁତାବକ, ଗତ ୨୪ ଘଣ୍ଟା ମଧ୍ୟରେ ୭୦ ହଜାର ୪୯୬ ନୂତନ ମାମଲା ସାମ୍ନାକୁ ଆସିଥିବା ବେଳେ ୯୬୪ ଜଣଙ୍କର ମୃତ୍ୟୁ ହୋଇଛି । ଏହାପରେ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ହୋଇ ୬୯ ଲକ୍ଷ ୦୬ ହଜାର ୧୫୨ ରେ ପହଁଚିଛି ।
ସେହିପରି ଆଜି ପର୍ଯ୍ୟନ୍ତ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଏପର୍ଯ୍ୟନ୍ତ ୮,୯୩,୫୯୨ ଜଣ ଚିକିତ୍ସିତ ହେଉଥିବା ବେଳେ ୫୯,୦୬,୦୭୦ ଜଣ ସୁସ୍ଥ ହୋଈ ଘରକୁ ଫେରିସାରିଳେଣି । ଏହାସହିତ ଏପର୍ଯ୍ୟନ୍ତ ଏହି ମହାମାରୀରେ ୧,୦୬,୪୯୦ ଜଣଙ୍କ ଜୀବନ ଗଲାଣି ।