ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ଦେଶରେ ଦୈନିକ ସଂକ୍ରମଣ ସଂଖ୍ୟା ଉପର ତଳ ହେଉଛି । ସହିଅନୁଯାୟୀ କେନ୍ଦ୍ରୀୟ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଜାରି କରାଯାଇଥିବା ସଂଖ୍ୟା ମୁତାବକ ଗତ ୨୪ ଘଣ୍ଟା ମଧ୍ୟରେ ନୂତନ ୨୫,୧୬୬ ନୂତନ ମାମଲା ସାମ୍ନାକୁ ଆସିଛି । ସେହିପରି ୨୪ ଘଣ୍ଟାରେ ୪୩୭ ଜଣଙ୍କ ମୃତ୍ୟୁ ଘଟିଛି । ଏହାପରେ ଦେଶରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୪,୩୧,୬୬୨ ରେ ପହଁଚିଛି ।
ସେହିପରି ଦେଶରେ ସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ହେବାରେ ଲାଗିଛି । ସେହିଅନୁଯାୟୀ ମୋଟ ୩.୧୪ କୋଟି ସୁସ୍ଥ ହୋଇସାରିଲେଣି । ଅନ୍ୟପଟେ ଏବେ ଦେଶରେ ୩.୬୯ ଲକ୍ଷ ସକ୍ରିୟ ମାମଲା ରହିଛି ।