ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ଦେଶରେ ଦୈନିକ ସଂକ୍ରମଣ ସଂଖ୍ୟା ଉପର ତଳ ହେଉଛି । ସହିଅନୁଯାୟୀ କେନ୍ଦ୍ରୀୟ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଜାରି କରାଯାଇଥିବା ସଂଖ୍ୟା ମୁତାବକ ଗତ ୨୪ ଘଣ୍ଟା ମଧ୍ୟରେ ନୂତନ ୧୬,୩୨୬ ନୂତନ ମାମଲା ସାମ୍ନାକୁ ଆସିଥିବା ବେଳେ ଗତ ୨୪ ଘଣ୍ଟାରେ ୬୬୬ ଜଣଙ୍କର ମୃତ୍ୟୁ ହୋଇଛି ।
ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩,୪୧,୫୯,୫୬୨ ରେ ପହଁଚିଛି । ଏହାସହିତ ଦେଶରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେବାରେ ଲାଗିଛି । ଅନ୍ୟପଟେ ଏବେ ଦେଶରେ ୧,୭୩,୭୨୮ ଟି ସକ୍ରିୟ ମାମଲା ରହିଛି ।