ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ଦେଶରେ ଦୈନିକ ସଂକ୍ରମଣ ସଂଖ୍ୟା ଏବେ ବୃଦ୍ଧି ପାଉଛି । ସହିଅନୁଯାୟୀ କେନ୍ଦ୍ରୀୟ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଜାରି କରାଯାଇଥିବା ସଂଖ୍ୟା ମୁତାବକ ଗତ ୨୪ ଘଣ୍ଟା ମଧ୍ୟରେ ନୂତନ ୧,୬୮,୦୬୩ ନୂତନ ମାମଲା ସାମ୍ନାକୁ ଆସିଥିବା ବେଳେ ଗତ ୨୪ ଘଣ୍ଟାରେ ୨୭୭ ଜଣଙ୍କର ମୃତ୍ୟୁ ହୋଇଛି ।
ସେହିପରି ଦେଶରେ ସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ହେବାରେ ଲାଗିଛି । ଏପର୍ଯ୍ୟନ୍ତ ମୋଟ ୩୪୫୭୦୧୩୧ ରୋଗୀ ସୁସ୍ଥ ହୋଇ ସାରିଲେଣି । ଅନ୍ୟପଟେ ଏବେ ଦେଶରେ ୮୨୧୪୪୬ ସକ୍ରିୟ ମାମଲା ରହିଛି । ଏହାବ୍ୟତିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୮୪ ହଜାର ୨୧୩ ରେ ପହଁଚିଛି ।