ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ଦେଶରେ ପ୍ରତ୍ୟେକ ଦିନ କରୋନାର ନୂତନ ମାମଲା ସାମ୍ନାକୁ ଆସୁଛି । ଏହାରି ମଧ୍ୟରେ ଏବେ ଆକ୍ରାନ୍ତଙ୍କ ସଂଖ୍ୟା ଧୀର ଧୀରେ ହ୍ରାସ ପାଉଛି । କେନ୍ଦ୍ରୀୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଜାରି କରାଯାଇଥିବା ସଂଖ୍ୟା ମୁତାବକ, ଗତ ୨୪ ଘଣ୍ଟା ମଧ୍ୟରେ ୫୦ ହଜାର ୧୨୯ ନୂତନ ମାମଲା ସାମ୍ନାକୁ ଆସିଥିବା ବେଳେ ୬୫୦ ଜଣଙ୍କର ମୃତ୍ୟୁ ହୋଇଛି । ଏହାପରେ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ହୋଇ ୭୮ ଲକ୍ଷ ୬୪ ହଜାର ୮୧୧ ରେ ପହଁଚିଛି ।
ସେହିପରି ଆଜି ପର୍ଯ୍ୟନ୍ତ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଏପର୍ଯ୍ୟନ୍ତ ୬,୬୮,୧୫୪ ଜଣ ଚିକିତ୍ସିତ ହେଉଥିବା ବେଳେ ୭୦,୭୮,୧୨୩ ଜଣ ସୁସ୍ଥ ହୋଈ ଘରକୁ ଫେରିସାରିଲେଣି । ଏହାସହିତ ଏପର୍ଯ୍ୟନ୍ତ ଏହି ମହାମାରୀରେ ୧,୧୮, ୫୩୪ ଜଣଙ୍କ ଜୀବନ ଗଲାଣି ।