ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ଦେଶରେ ଦୈନିକ ସଂକ୍ରମଣ ସଂଖ୍ୟା ଏବେ ହ୍ରାସ ପାଉଛି । ସହିଅନୁଯାୟୀ କେନ୍ଦ୍ରୀୟ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଜାରି କରାଯାଇଥିବା ସଂଖ୍ୟା ମୁତାବକ ଗତ ୨୪ ଘଣ୍ଟା ମଧ୍ୟରେ ନୂତନ ୫୦,୪୦୭ ନୂତନ ମାମଲା ସାମ୍ନାକୁ ଆସିଥିବା ବେଳେ ଗତ ୨୪ ଘଣ୍ଟାରେ ୮୦୪ ଜଣଙ୍କର ମୃତ୍ୟୁ ହୋଇଛି ।
ଅନ୍ୟପଟେ ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୨୭ ଲକ୍ଷ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୬୧୦୪୪୩ ସକ୍ରିୟ ମାମଲା ରହିଛି ଏବଂ ୪ କୋଟି ୧୫ ଲକ୍ଷ ସୁସ୍ଥ ହୋଇ ଫେରିଛନ୍ତି । ଏହାବ୍ୟତିତ ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୦୭ ହଜାର ୯୮୧ ରେ ପହଁଚିଛି ।