ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ଦେଶରେ ଦୈନିକ ସଂକ୍ରମଣ ସଂଖ୍ୟା ଏବେ ଦ୍ରୁତ ଗତିରେ ହ୍ରାସ ପାଉଛି । ସହିଅନୁଯାୟୀ କେନ୍ଦ୍ରୀୟ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଜାରି କରାଯାଇଥିବା ସଂଖ୍ୟା ମୁତାବକ ଗତ ୨୪ ଘଣ୍ଟା ମଧ୍ୟରେ ନୂତନ ୩୬୧୪ ନୂତନ ମାମଲା ସାମ୍ନାକୁ ଆସିଥିବା ବେଳେ ୮୯ ଜଣଙ୍କର ମୃତ୍ୟୁ ହୋଇଛି ।
ସେହିପରି ଦେଶରେ ସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ହେବାରେ ଲାଗିଛି । ଏପର୍ଯ୍ୟନ୍ତ ମୋଟ ୪୨୪୩୧୫୧୩ ରୋଗୀ ସୁସ୍ଥ ହୋଇଛନ୍ତି । ଅନ୍ୟପଟେ ଏବେ ଦେଶରେ ୪୦୫୫୯ ସକ୍ରିୟ ମାମଲା ରହିଛି । ଏହାବ୍ୟତିତ ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୧୫ ହଜାର ୮୦୩ ରେ ପହଁଚିଛି ।