ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ଦେଶରେ ଦୈନିକ କରୋନା ସଂକ୍ରମଣ ସଂଖ୍ୟା ଦ୍ରୁତ ଗତିରେ ହ୍ରାସ ପାଉଛି । ସେହିଅନୁଯାୟୀ କେନ୍ଦ୍ରୀୟ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଜାରି କରାଯାଇଥିବା ସଂଖ୍ୟା ମୁତାବକ ଗତ ୨୪ ଘଣ୍ଟା ମଧ୍ୟରେ ନୂତନ ୪୨୭୦ ନୂତନ ମାମଲା ସାମ୍ନାକୁ ଆସିଛି ।
ସେହିପରି ଦେଶରେ ସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ହେବାରେ ଲାଗିଛି । ଏପର୍ଯ୍ୟନ୍ତ ମୋଟ ୪୨୬୨୮୦୭୩ ରୋଗୀ ସୁସ୍ଥ ହୋଇଛନ୍ତି । ଅନ୍ୟପଟେ ଏବେ ଦେଶରେ ୨୪୦୫୨ ସକ୍ରିୟ ମାମଲା ରହିଛି । ଏହାବ୍ୟତିତ ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୨୪ ହଜାର ୬୯୨ ରେ ପହଁଚିଛି ।