ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ଦେଶରେ ଜାରି ରହିଛି କରୋନା ପ୍ରକୋପ । ଗତକାଲି ଦୈନିକ ମାମଲାରେ ବୃଦ୍ଧି ଘଟିଥିଲା କିନ୍ତୁ ଆଜି ହ୍ରାସ ପାଇଛି । କେନ୍ଦ୍ରୀୟ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଜାରି କରାଯାଇଥିବା ସଂଖ୍ୟା ମୁତାବକ ଗତ ୨୪ ଘଣ୍ଟା ମଧ୍ୟରେ ୪୫ ହଜାର ୬୭୪ ନୂତନ ମାମଲା ସାମ୍ନାକୁ ଆସିଛି । ସେହିପରି ଏହି ମାରାତ୍ମକ ଭାଇରସ ପାଇଁ ୫୫୯ ଜଣଙ୍କର ମୃତ୍ୟୁ ହୋଇଛି । ଏହାପରେ ଦେଶରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୫,୦୭,୭୫୪ କୁ ବୃଦ୍ଧି ପାଇଥିବା ବେଳେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧, ୨୬,୧୨୧ ରେ ପହଁଚିଛି ।
ସେହିପରି ଦେଶରେ ସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ହେବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୯,୦୮୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିଅନୁଯାୟୀ ଦେଶରେ ମୋଟ ୭୮,୬୮,୯୬୮ ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରି ସାରିଲେଣି । ଅନ୍ୟପଟେ ଏବେ ଦେଶରେ ୫,୧୨,୬୬୫ ଟି ସକ୍ରିୟ ମାମଲା ରହିଛି ।