ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ଦେଶରେ ହ୍ରାସ ପାଉଛି କରୋନା ପ୍ରକୋପ । ପ୍ରତ୍ୟେକ ଦିନ ନୂତନ ଆକ୍ରାନ୍ତଙ୍କ ସଂଖ୍ୟା ସାମ୍ନାକୁ ଆସୁଥିବା ବେଳେ ଏବେ ଧୀରେ ଧୀରେ ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ସେହିଅନୁଯାୟୀ କେନ୍ଦ୍ରୀୟ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଜାରି କରାଯାଇଥିବା ସଂଖ୍ୟା ମୁତାବକ,ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ଆଉ ୨୯ ହଜାର ୧୬୪ କରୋନା ମାମଲା ସାମ୍ନାକୁ ଆସିଛି । ଏହାପରେ ଦେଶରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୮, ୭୪,୨୯୦ କୁ ବୃଦ୍ଧି ହୋଇଛି । ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ୪୪୯ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି । ଏହାପରେ ଦେଶରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧, ୩୦,୫୧୯ ରେ ପହଁଚିଛି ।
ସେହିପରି ଦେଶରେ ସୁସ୍ଥ ହାର ବୃଦ୍ଧି ପାଇବାରେ ଲାଗିଛି । ଅନ୍ୟପଟେ ଦେଶରେ ମୋଟ ୪,୫୩,୪୦୧ ସକ୍ରିୟ ମାମଲା ରହିଛି ।