ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ଦେଶରେ ଏବେ ଧୀରେ ଧୀରେ କରୋନା କୋପ କମିବାରେ ଲାଗିଛି । ପ୍ରତ୍ୟେକ ଦିନ ନୂତନ ଆକ୍ରାନ୍ତଙ୍କ ସଂଖ୍ୟା ସାମ୍ନାକୁ ଆସୁଛି । ମାତ୍ର ଗତକାଲି ୨୦ ହଜାର ତଳେ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆକ୍ରାନ୍ତଙ୍କ ସଂଖ୍ୟା ୨୦ ହଜାର ଉପରେ ରହିଛି । କେନ୍ଦ୍ରୀୟ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଜାରି କରାଯାଇଥିବା ସଂଖ୍ୟା ମୁତାବକ,ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ଆଉ ୨୩ ହଜାର ୯୫୦ କରୋନା ମାମଲା ସାମ୍ନାକୁ ଆସିଛି । ଏହାପରେ ଦେଶରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧, ୦୦,୯୯,୦୬୬ କୁ ବୃଦ୍ଧି ହୋଇଛି । ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ୩୩୩ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି । ଏହାପରେ ଦେଶରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧, ୪୬,୪୪୪ ରେ ପହଁଚିଛି ।
ସେହିପରି ଦେଶରେ ସୁସ୍ଥ ହାର ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି । ଏପର୍ଯ୍ୟନ୍ତ ୯୬,୬୩,୩୮୨ ଜଣ ରୋଗୀ ସୁସ୍ଥ ହୋଇସାରିଲେଣି । ଅନ୍ୟପଟେ ଦେଶରେ ମୋଟ ୨,୮୯,୨୪୦ ଟି ସକ୍ରିୟ ମାମଲା ରହିଛି ।