ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ବିଶ୍ୱବ୍ୟାପି କାୟା ମେଲାଇଛି କରୋନା । ଏଥିରୁ ବାଦ୍ ପଡିନି ଭାରତ । ଦ୍ରୁତ ଗତିରେ ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି । ଆଜି ବି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି । କେନ୍ଦ୍ରୀୟ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଜାରି କରାଯାଇଥିବା ସଂଖ୍ୟା ମୁତାବକ, ଗତ ୨୪ ଘଣ୍ଟା ମଧ୍ୟରେ ୪୮ ହଜାର ୯୧୬ ଟି ନୂତନ ମାମଲା ସାମ୍ନାକୁ ଆସିଥିବା ବେଳେ ୭୫୭ ଜଣଙ୍କର ମୃତ୍ୟୁ ହୋଇଛି । ଏହାପରେ ଏବେ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୩୬ ହଜାର ୮୬୧ କୁ ବୃଦ୍ଧି ପାଇଛି ।
ଆଜି ପର୍ଯ୍ୟନ୍ତ ଚିହ୍ନଟ ହୋଇଥିବା ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୪ ଲକ୍ଷ ୫୬ ହଜାର ୦୭୧ ସକ୍ରିୟ ମାମଲା ରହିଥିବା ବେଳେ ୮ ଲକ୍ଷ ୪୯ ହଜାର ୪୩୨ ଲୋକ ସୁସ୍ଥ ହୋଇ ଘରକୁ ଫେରିସାରିଲେଣି । ଏହାସହିତ ଏଥିରେ ଏପର୍ଯ୍ୟନ୍ତ ୩୧ ହଜାର ୩୫୮ଜଣଙ୍କ ମୃତ୍ୟୁ ହୋଇଛି ।