ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ଦେଶରେ ଦ୍ରୁତ ଗତିରେ ବଢି ଚାଲିଛି ଆକ୍ରାନ୍ତଙ୍କ ସଂଖ୍ୟା । ଆଜି ବି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି । କେନ୍ଦ୍ରୀୟ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଜାରି କରାଯାଇଥିବା ସଂଖ୍ୟା ମୁତାବକ, ଗତ ୨୪ ଘଣ୍ଟା ମଧ୍ୟରେ ୬୯ ହଜାର ୨୩୯ ଟି ନୂତନ ମାମଲା ସାମ୍ନାକୁ ଆସିଥିବା ବେଳେ ୯୧୨ ଜଣଙ୍କର ମୃତ୍ୟୁ ହୋଇଛି । ଏହାପରେ ଏବେ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୦ ଲକ୍ଷ ୪୪ ହଜାର ୯୪୦ କୁ ବୃଦ୍ଧି ପାଇଛି ।
ଆଜି ପର୍ଯ୍ୟନ୍ତ ଚିହ୍ନଟ ହୋଇଥିବା ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୭ ଲକ୍ଷ ୦୭ ହଜାର ୬୬୮ ସକ୍ରିୟ ମାମଲା ରହିଥିବା ବେଳେ ୨୨ ଲକ୍ଷ ୮୦ ହଜାର ୫୬୬ ଲୋକ ସୁସ୍ଥ ହୋଇ ଘରକୁ ଫେରିସାରିଲେଣି । ଏହାସହିତ ଏଥିରେ ଏପର୍ଯ୍ୟନ୍ତ ୫୬ ହଜାର ୭୦୬ ଜଣଙ୍କ ମୃତ୍ୟୁ ହୋଇଛି ।