ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ହ୍ରାସ ପାଉଛି । ପୂର୍ବପେକ୍ଷା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୨୧୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୩୧ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୮୮ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୩୨ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
7. Ganjam: 6
8. Jagatsinghpur: 5
9. Jajpur: 9
10. Jharsuguda: 4
11. Kendrapada: 3
12. Keonjhar: 3
13. Khurda: 96
14. Malkangiri: 1
15. Mayurbhanj: 15
16. Nayagarh: 4
17. Puri: 5
18. Rayagada: 2
19. Sambalpur: 10
20. Sundargarh: 10
21. State Pool: 22— I & PR Department, Odisha (@IPR_Odisha) November 26, 2021
New recoveries: 235
Cumulative tested: 23513313
Positive: 1048228
Recovered: 1037387
Active cases: 2385— I & PR Department, Odisha (@IPR_Odisha) November 26, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୨୩୫ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୮୨୨୮ ରହିଥିବା ବେଳେ ୨୩୮୫ ଜଣ ଚିକିତ୍ସିତ ହେଉଛନ୍ତି ।