ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ପୁଣି ଆତଙ୍କ ରଚି ଚାଲିଛି ମହାମାରୀ କରୋନା । ସ୍ଥିତି ଭୟାନକ ହେବାରେ ଲାଗିଛି । ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢି ଚାଲିଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୧୬୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୫୭୫ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୨୫୮୯ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 21st April
New Positive Cases: 6164
In quarantine: 3575
Local contacts: 2589(Details of local contacts will be shared by concerned Dist Administration)
District Wise Cases:
1. Angul: 136
2. Balasore: 78
3. Bargarh: 236
4. Bhadrak: 71
5. Balangir: 226— I & PR Department, Odisha (@IPR_Odisha) April 22, 2021
New recoveries: 2009
Cumulative tested: 9749932
Positive: 388479
Recovered: 351386
Active case: 35075— I & PR Department, Odisha (@IPR_Odisha) April 22, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୨୦୦୯ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୮୮୪୭୯ ରହିଥିବା ବେଳେ ଏହି ରୋଗରୁ ୩୫୧୩୮୬ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୩୫୦୭୫ ଜଣ ଚିକିତ୍ସିତ ହେଉଛନ୍ତି ।