ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଏବେ ହ୍ରାସ ପାଉଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୭ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୪ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୧ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 30th April
New Positive Cases: 11
Of which 0-18 years: 1
In quarantine: 7
Local contacts: 4(Details of local contacts will be shared by concerned District)
1. Balasore: 1
2. Balangir: 2
3. Gajapati: 2
4. Jajpur: 1
5. Khurda: 2
6. Sambalpur: 3— I & PR Department, Odisha (@IPR_Odisha) May 1, 2022
New recoveries: 6
Cumulative tested: 31315268
Positive: 1288057
Recovered: 1278795
Active cases: 83— I & PR Department, Odisha (@IPR_Odisha) May 1, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୦୬ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୮୦୫୭ ରହିଥିବା ବେଳେ ୮୩ ଜଣ ଚିକିତ୍ସିତ ହେଉଛନ୍ତି ।