ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ପ୍ରତ୍ୟେକ ଦିନ କରୋନର ନୂତନ ମାମଲା ସାମ୍ନାକୁ ଆସୁଥିବା ବେଳେ ଏବେ ନିମ୍ନଗାମୀ ହୋଇଛି କରୋନା ଗ୍ରାଫ୍ । ଯାହାଫଳରେ ୧୦ ତଳକୁ ଖସିଛି ଆକ୍ରାନ୍ତଙ୍କ ସଂଖା । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୯୭୯୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୫୫୩୪ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୪୨୫୯ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
6. Boudh: 152
7. Cuttack: 641
8. Deogarh: 125
9. Dhenkanal: 91
10. Gajapati: 111
11. Ganjam: 276
12. Jagatsinghpur: 189
13. Jajpur: 376
14. Jharsuguda: 404
15. Kalahandi: 224
16. Kandhamal: 101
17. Kendrapada: 158
18. Keonjhar: 244
19. Khurda: 1511
20. Koraput: 174— I & PR Department, Odisha (@IPR_Odisha) May 11, 2021
New recoveries: 9706
Cumulative tested: 10612456
Positive: 554666
Recovered: 457569
Active cases: 94829— I & PR Department, Odisha (@IPR_Odisha) May 11, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୯୭୦୬ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୫୪୬୬୬ ରହିଥିବା ବେଳେ ଏହି ରୋଗରୁ ୪୫୭୫୬୯ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୯୪୮୨୯ ଜଣ ଚିକିତ୍ସିତ ହେଉଛନ୍ତି ।