ଭୁବନେଶ୍ୱର (ଏଟିଆର ବ୍ୟୁରୋ): ପ୍ରତ୍ୟେକ ଦିନ ରାଜ୍ୟରେ ନୂତନ ମାମଲା ସାମ୍ନାକୁ ଆସୁଥିବା ବେଳେ ପୂର୍ବାପେକ୍ଷା ଏବେ ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମିବାରେ ଲାଗିଛି । ରାଜ୍ୟରେ ଏକ ଶହ ତଳେ ରହିଛି ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ୫୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୫ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୨୩ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 11th Feb
New Positives Cases: 58
In quarantine: 35
Local contacts: 23(Details of local contacts will be shared by concerned Dist Administration)
District Wise Cases:
1. Angul: 5
2. Balasore: 6
3. Bargarh: 1
4. Bhadrak: 1
5. Balangir: 2
6. Deogarh: 2— I & PR Department, Odisha (@IPR_Odisha) February 12, 2021
7. Ganjam: 1
8. Jajpur: 5
9. Jharsuguda: 1
10. Kalahandi: 1
11. Khurda: 7
12. Malkangiri: 2
13. Mayurbhanj: 4
14. Nuapada: 3
15. Puri: 6
16. Sundargarh: 10
17. State Pool: 1New recoveries: 60
Cumulative tested: 7979312
Positive: 336042
Recovered: 333280
Active cases: 799— I & PR Department, Odisha (@IPR_Odisha) February 12, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୬୦ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୬୦୪୨ ରହିଥିବା ବେଳେ ଏହି ରୋଗରୁ ୩୩୩୨୮୦ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୭୯୯ ଜଣ ଚିକିତ୍ସିତ ହେଉଛନ୍ତି ।