ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ସଂକ୍ରମିତଙ୍କ ସଂଖ୍ୟା ଉପର ତଳ ହେଉଛି । କେତେବେଳେ କମୁଛି ତ ପୁଣି କେତେବେଳେ ବଢୁଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୫୩୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୧୬ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୨୨୩ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୭୭ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
5. Cuttack: 48
6. Deogarh: 4
7. Dhenkanal: 4
8. Ganjam: 1
9. Jagatsinghpur: 31
10. Jajpur: 17
11. Jharsuguda: 4
12. Kalahandi: 1
13. Kandhamal: 1
14. Kendrapada: 10
15. Keonjhar: 2
16. Khurda: 254
17. Koraput: 3
18. Malkangiri: 2
19. Mayurbhanj: 13
20. Nayagarh: 5
21. Puri: 12— I & PR Department, Odisha (@IPR_Odisha) September 24, 2021
22. Rayagada: 2
23. Sambalpur: 12
24. Sonepur: 5
25. Sundargarh: 5
26. State Pool: 60New recoveries: 417
Cumulative tested: 19586663
Positive: 1023133
Recovered: 1009088
Active cases: 5829— I & PR Department, Odisha (@IPR_Odisha) September 24, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୪୧୭ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୩୧୩୩ ରହିଥିବା ବେଳେ ୫୮୨୯ ଜଣ ଚିକିତ୍ସିତ ହେଉଛନ୍ତି ।