ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ସଂକ୍ରମିତଙ୍କ ସଂଖ୍ୟା ଉପର ତଳ ହେଉଛି । କେତେବେଳେ କମୁଛି ତ ପୁଣି କେତେବେଳେ ବଢୁଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୫୮୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୪୨ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୨୪୩ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୯୬ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
4. Bhadrak: 7
5. Balangir: 6
6. Cuttack: 67
7. Deogarh: 3
8. Dhenkanal: 5
9. Ganjam: 6
10. Jagatsinghpur: 26
11. Jajpur: 36
12. Jharsuguda: 7
13. Kalahandi: 1
14. Kandhamal: 2
15. Kendrapada: 12
16. Keonjhar: 7
17. Khurda: 206
18. Koraput: 4
19. Malkangiri: 3
20. Mayurbhanj: 25— I & PR Department, Odisha (@IPR_Odisha) September 26, 2021
21. Nayagarh: 4
22. Nuapada: 1
23. Puri: 22
24. Rayagada: 2
25. Sambalpur: 19
26. Sonepur: 1
27. Sundargarh: 13
28. State Pool: 47New recoveries: 601
Cumulative tested: 19726507
Positive: 1024320
Recovered: 1010183
Active cases: 5909— I & PR Department, Odisha (@IPR_Odisha) September 26, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୬୦୧ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୪୩୨୦ ରହିଥିବା ବେଳେ ୫୯୦୯ ଜଣ ଚିକିତ୍ସିତ ହେଉଛନ୍ତି ।