ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ସଂକ୍ରମିତଙ୍କ ସଂଖ୍ୟା ଉପର ତଳ ହେଉଛି । କେତେବେଳେ କମୁଛି ତ ପୁଣି କେତେବେଳେ ବଢୁଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୪୪୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୫୮ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୧୮୬ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୫୯ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
5. Balangir: 3
6. Cuttack: 73
7. Deogarh: 1
8. Dhenkanal: 3
9. Ganjam: 6
10. Jagatsinghpur: 13
11. Jajpur: 22
12. Jharsuguda: 3
13. Kendrapada: 5
14. Keonjhar: 3
15. Khurda: 170
16. Mayurbhanj: 37
17. Nayagarh: 8
18. Nuapada: 1
19. Puri: 7
20. Rayagada: 9
21. Sambalpur: 7— I & PR Department, Odisha (@IPR_Odisha) September 27, 2021
22. Sonepur: 2
23. Sundargarh: 5
24. State Pool: 37New recoveries: 646
Cumulative tested: 19789222
Positive: 1024764
Recovered: 1010829
Active cases: 5702— I & PR Department, Odisha (@IPR_Odisha) September 27, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୬୪୬ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୪୭୪୬ ରହିଥିବା ବେଳେ ୫୭୦୨ ଜଣ ଚିକିତ୍ସିତ ହେଉଛନ୍ତି ।