ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ସଂକ୍ରମିତଙ୍କ ସଂଖ୍ୟା ଉପର ତଳ ହେଉଛି । କେତେବେଳେ କମୁଛି ତ ପୁଣି କେତେବେଳେ ବଢୁଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୫୪୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୧୯ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୨୨୬ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୭୪ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
5. Balangir: 2
6. Cuttack: 73
7. Deogarh: 4
8. Dhenkanal: 2
9. Gajapati: 1
10. Ganjam: 6
11. Jagatsinghpur: 37
12. Jajpur: 20
13. Jharsuguda: 8
14. Kalahandi: 1
15. Kandhamal: 1
16. Kendrapada: 10
17. Keonjhar: 3
18. Khurda: 218
19. Koraput: 2
20. Mayurbhanj: 14— I & PR Department, Odisha (@IPR_Odisha) September 28, 2021
21. Nawarangpur: 3
22. Puri: 6
23. Rayagada: 3
24. Sambalpur: 3
25. Sonepur: 2
26. Sundargarh: 11
27. State Pool: 50New recoveries: 653
Cumulative tested: 19841897
Positive: 1025309
Recovered: 1011482
Active cases: 5587— I & PR Department, Odisha (@IPR_Odisha) September 28, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୬୫୩ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୫୩୦୯ ରହିଥିବା ବେଳେ ୫୫୮୭ ଜଣ ଚିକିତ୍ସିତ ହେଉଛନ୍ତି ।