ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ସଂକ୍ରମିତଙ୍କ ସଂଖ୍ୟା ଉପର ତଳ ହେଉଛି । କେତେବେଳେ କମୁଛି ତ ପୁଣି କେତେବେଳେ ବଢୁଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୪୭୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୭୮ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୧୯୯ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୭୪ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
5. Cuttack: 62
6. Deogarh: 1
7. Dhenkanal: 8
8. Ganjam: 2
9. Jagatsinghpur: 23
10. Jajpur: 16
11. Jharsuguda: 2
12. Kalahandi: 7
13. Kendrapada: 4
14. Keonjhar: 5
15. Khurda: 200
16. Koraput: 4
17. Mayurbhanj: 23
18. Nayagarh: 2
19. Puri: 16
20. Sambalpur: 11
21. Sonepur: 2— I & PR Department, Odisha (@IPR_Odisha) October 1, 2021
22. Sundargarh: 5
23. State Pool: 45New recoveries: 559
Cumulative tested: 20034245
Positive: 1026953
Recovered: 1013142
Active cases: 5556— I & PR Department, Odisha (@IPR_Odisha) October 1, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୫୫୯ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୬୯୫୩ ରହିଥିବା ବେଳେ ୫୫୫୬ ଜଣ ଚିକିତ୍ସିତ ହେଉଛନ୍ତି ।