ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ସଂକ୍ରମିତଙ୍କ ସଂଖ୍ୟା ଉପର ତଳ ହେଉଛି । କେତେବେଳେ କମୁଛି ତ ପୁଣି କେତେବେଳେ ବଢୁଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୪୫୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୬୫ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୧୮୮ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୫୩ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
5. Balangir: 1
6. Boudh: 1
7. Cuttack: 59
8. Deogarh: 3
9. Dhenkanal: 1
10. Ganjam: 2
11. Jagatsinghpur: 24
12. Jajpur: 13
13. Jharsuguda: 1
14. Kendrapada: 4
15. Keonjhar: 1
16. Khurda: 201
17. Koraput: 3
18. Mayurbhanj: 22
19. Nayagarh: 3
20. Puri: 19
21. Rayagada: 3— I & PR Department, Odisha (@IPR_Odisha) October 5, 2021
22. Sambalpur: 18
23. Sundargarh: 6
24. State Pool: 45New recoveries: 590
Cumulative tested: 20295168
Positive: 1028819
Recovered: 1015608
Active cases: 4935— I & PR Department, Odisha (@IPR_Odisha) October 5, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୫୯୦ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୮୮୧୯ ରହିଥିବା ବେଳେ ୪୯୩୫ ଜଣ ଚିକିତ୍ସିତ ହେଉଛନ୍ତି ।