ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ସଂକ୍ରମିତଙ୍କ ସଂଖ୍ୟା ଉପର ତଳ ହେଉଛି । କେତେବେଳେ କମୁଛି ତ ପୁଣି କେତେବେଳେ ବଢୁଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୫୨୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୦୩ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୨୨୩ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୬୮ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
5. Balangir: 1
6. Cuttack: 63
7. Deogarh: 3
8. Gajapati: 2
9. Ganjam: 3
10. Jagatsinghpur: 16
11. Jajpur: 13
12. Jharsuguda: 1
13. Kalahandi: 1
14. Kandhamal: 3
15. Kendrapada: 14
16. Khurda: 233
17. Koraput: 4
18. Malkangiri: 2
19. Mayurbhanj: 29
20. Nayagarh: 2
21. Puri: 11— I & PR Department, Odisha (@IPR_Odisha) October 9, 2021
22. Rayagada: 2
23. Sambalpur: 7
24. Sonepur: 1
25. Sundargarh: 19
26. State Pool: 55New recoveries: 598
Cumulative tested: 20578622
Positive: 1031044
Recovered: 1017714
Active cases: 5035— I & PR Department, Odisha (@IPR_Odisha) October 9, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୫୯୮ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୧୦୪୪ ରହିଥିବା ବେଳେ ୫୦୩୫ ଜଣ ଚିକିତ୍ସିତ ହେଉଛନ୍ତି ।