ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ସଂକ୍ରମିତଙ୍କ ସଂଖ୍ୟା ଉପର ତଳ ହେଉଛି । କେତେବେଳେ କମୁଛି ତ ପୁଣି କେତେବେଳେ ବଢୁଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୪୬୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୭୧ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୧୯୬ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୬୬ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
6. Cuttack: 67
7. Deogarh: 1
8. Dhenkanal: 6
9. Ganjam: 10
10. Jagatsinghpur: 7
11. Jajpur: 9
12. Jharsuguda: 1
13. Kalahandi: 1
14. Kandhamal: 1
15. Kendrapada: 17
16. Keonjhar: 2
17. Khurda: 221
18. Koraput: 3
19. Mayurbhanj: 9
20. Nawarangpur: 5
21. Nayagarh: 3
22. Puri: 16— I & PR Department, Odisha (@IPR_Odisha) October 15, 2021
23. Rayagada: 3
24. Sambalpur: 4
25. Sonepur: 2
26. Sundargarh: 8
27. State Pool: 52New recoveries: 477
Cumulative tested: 20952333
Positive: 1034276
Recovered: 1020645
Active cases: 5299— I & PR Department, Odisha (@IPR_Odisha) October 15, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୪୭୭ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୪୨୭୬ ରହିଥିବା ବେଳେ ୫୨୯୯ ଜଣ ଚିକିତ୍ସିତ ହେଉଛନ୍ତି ।