ଭୁବନେଶ୍ୱର (ଏଟିଆର ବ୍ୟୁରୋ): ପ୍ରତ୍ୟେକ ଦିନ ରାଜ୍ୟରେ ନୂତନ ମାମଲା ସାମ୍ନାକୁ ଆସୁଥିବା ବେଳେ ପୂର୍ବାପେକ୍ଷା ଏବେ ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମିବାରେ ଲାଗିଛି । ରାଜ୍ୟରେ ଏକ ଶହ ତଳେ ରହିଛି ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ୬୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୯ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୨୪ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 17th Feb
New Positive Cases: 63
In quarantine: 39
Local contacts: 24(Details of local contacts will be shared by concerned District Administration)
District Wise Cases:
1. Balasore: 4
2. Bargarh: 7
3. Bhadrak: 2
4. Boudh: 1
5. Cuttack: 1
6. Deogarh: 1— I & PR Department, Odisha (@IPR_Odisha) February 18, 2021
18. Sambalpur: 6
19. Sundargarh: 10
20. State Pool: 1New recoveries: 88
Cumulative tested: 8100749
Positive: 336460
Recovered: 333788
Active cases: 706— I & PR Department, Odisha (@IPR_Odisha) February 18, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୮୮ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୬୪୬୦ ରହିଥିବା ବେଳେ ଏହି ରୋଗରୁ ୩୩୩୭୮୮ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୭୦୬ ଜଣ ଚିକିତ୍ସିତ ହେଉଛନ୍ତି ।