ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ସଂକ୍ରମିତଙ୍କ ସଂଖ୍ୟା ଉପର ତଳ ହେଉଛି । କେତେବେଳେ କମୁଛି ତ ପୁଣି କେତେବେଳେ ବଢୁଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୩୬୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୧୨ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୧୫୩ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୫୬ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
7. Dhenkanal: 4
8. Ganjam: 5
9. Jagatsinghpur: 13
10. Jajpur: 10
11. Jharsuguda: 3
12. Kalahandi: 3
13. Kendrapada: 20
14. Khurda: 157
15. Koraput: 4
16. Malkangiri: 1
17. Mayurbhanj: 23
18. Nayagarh: 1
19. Nuapada: 3
20. Puri: 10
21. Rayagada: 1
22. Sambalpur: 10
23. Sonepur: 1— I & PR Department, Odisha (@IPR_Odisha) October 29, 2021
24. Sundargarh: 8
25. State Pool: 37New recoveries: 546
Cumulative tested: 21855963
Positive: 1040595
Recovered: 1027654
Active cases: 4563— I & PR Department, Odisha (@IPR_Odisha) October 29, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୫୪୬ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୦୫୯୫ ରହିଥିବା ବେଳେ ୪୫୬୩ ଜଣ ଚିକିତ୍ସିତ ହେଉଛନ୍ତି ।