ଭୁବନେଶ୍ୱର (ଏଟିଆର ବ୍ୟୁରୋ): ପ୍ରତ୍ୟେକ ଦିନ ରାଜ୍ୟରେ ନୂତନ ମାମଲା ସାମ୍ନାକୁ ଆସୁଥିବା ବେଳେ ପୂର୍ବାପେକ୍ଷା ଏବେ ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମିବାରେ ଲାଗିଛି । ରାଜ୍ୟରେ ଏକ ଶହ ତଳେ ରହିଛି ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୧ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୨୨ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 18th Feb
New Positive Cases: 53
In quarantine: 31
Local contacts: 22(Details of local contacts will be shared by concerned Dist Administration)
District Wise Cases:
1. Balasore: 1
2. Bargarh: 4
3. Bhadrak: 2
4. Balangir: 1
5. Boudh: 1
6. Cuttack: 3— I & PR Department, Odisha (@IPR_Odisha) February 19, 2021
7. Jajpur: 4
8. Jharsuguda: 5
9. Kalahandi: 1
10. Khurda: 3
11. Koraput: 3
12. Nuapada: 3
13. Puri: 2
14. Rayagada: 1
15. Sambalpur: 11
16. Sonepur: 1
17. Sundargarh: 7New recoveries: 100
Cumulative tested: 8123235
Positive: 336513
Recovered: 333888
Active cases: 658— I & PR Department, Odisha (@IPR_Odisha) February 19, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୧୦୦ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୬୫୧୩ ରହିଥିବା ବେଳେ ଏହି ରୋଗରୁ ୩୩୩୮୮୮ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୬୫୮ ଜଣ ଚିକିତ୍ସିତ ହେଉଛନ୍ତି ।