ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ହ୍ରାସ ପାଉଛି । ପୂର୍ବପେକ୍ଷା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୨୨୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୩୩ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୯୬ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୨୯ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
7. Gajapati: 2
8. Ganjam: 3
9. Jagatsinghpur: 2
10. Jajpur: 6
11. Jharsuguda: 2
12. Kendrapada: 4
13. Khurda: 113
14. Koraput: 3
15. Mayurbhanj: 11
16. Nayagarh: 1
17. Puri: 3
18. Sambalpur: 13
19. Sundargarh: 8
20. State Pool: 28— I & PR Department, Odisha (@IPR_Odisha) November 18, 2021
New recoveries: 267
Cumulative tested: 23064143
Positive: 1046317
Recovered: 1035262
Active cases: 2616— I & PR Department, Odisha (@IPR_Odisha) November 18, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୨୬୭ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୬୩୧୭ ରହିଥିବା ବେଳେ ୨୬୧୬ ଜଣ ଚିକିତ୍ସିତ ହେଉଛନ୍ତି ।