ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ହ୍ରାସ ପାଉଛି । ପୂର୍ବପେକ୍ଷା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୨୮୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୬୬ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୧୨୨ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୫୩ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
7. Dhenkanal: 4
8. Gajapati: 5
9. Ganjam: 2
10. Jagatsinghpur: 2
11. Jajpur: 10
12. Jharsuguda: 2
13. Kalahandi: 1
14. Kendrapada: 8
15. Keonjhar: 1
16. Khurda: 130
17. Malkangiri: 1
18. Mayurbhanj: 12
19. Nayagarh: 6
20. Puri: 15
21. Sambalpur: 17— I & PR Department, Odisha (@IPR_Odisha) November 24, 2021
22. Sundargarh: 11
23. State Pool: 27New recoveries: 255
Cumulative tested: 23391979
Positive: 1047674
Recovered: 1037001
Active cases: 2221— I & PR Department, Odisha (@IPR_Odisha) November 24, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୨୫୫ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୭୬୭୪ ରହିଥିବା ବେଳେ ୨୨୨୧ ଜଣ ଚିକିତ୍ସିତ ହେଉଛନ୍ତି ।