ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ହ୍ରାସ ପାଉଛି । ପୂର୍ବପେକ୍ଷା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୨୬୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୫୪ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୧୧୦ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୪୧ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
7. Ganjam: 2
8. Jagatsinghpur: 3
9. Jajpur: 8
10. Jharsuguda: 4
11. Kandhamal: 1
12. Kendrapada: 2
13. Keonjhar: 3
14. Khurda: 127
15. Koraput: 1
16. Mayurbhanj: 26
17. Nayagarh: 1
18. Puri: 5
19. Sambalpur: 9
20. Sundargarh: 16
21. State Pool: 28— I & PR Department, Odisha (@IPR_Odisha) November 27, 2021
New recoveries: 222
Cumulative tested: 23569347
Positive: 1048492
Recovered: 1037609
Active cases: 2424— I & PR Department, Odisha (@IPR_Odisha) November 27, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୨୨୨ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୮୪୯୨ ରହିଥିବା ବେଳେ ୨୪୨୪ ଜଣ ଚିକିତ୍ସିତ ହେଉଛନ୍ତି ।