ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ହ୍ରାସ ପାଉଛି । ପୂର୍ବପେକ୍ଷା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୨୫୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୫୨ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୧୦୩ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୫୪ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
7. Ganjam: 2
8. Jagatsinghpur: 1
9. Jajpur: 16
10. Jharsuguda: 2
11. Kendrapada: 4
12. Keonjhar: 1
13. Khurda: 106
14. Mayurbhanj: 22
15. Nayagarh: 1
16. Puri: 4
17. Sambalpur: 19
18. Sundargarh: 18
19. State Pool: 25— I & PR Department, Odisha (@IPR_Odisha) December 8, 2021
New recoveries: 218
Cumulative tested: 24179797
Positive: 1050760
Recovered: 1040139
Active cases: 2142— I & PR Department, Odisha (@IPR_Odisha) December 8, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୨୧୮ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୦୭୬୦ ରହିଥିବା ବେଳେ ୨୧୪୨ ଜଣ ଚିକିତ୍ସିତ ହେଉଛନ୍ତି ।