ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଏବେ ପୁଣି ଥରେ ବୃଦ୍ଧି ପାଉଛି । ସଂକ୍ରମଣ ହାର ଏବେ ଦୃତ ଗତିରେ ବଢି ଚାଲିଛି । ଯାହା ଏବେ ଚିନ୍ତାର ବିଷୟ ପାଲଟିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୪୭୧୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୭୫୫ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୧୯୫୯ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୪୧୬ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
22. Mayurbhanj: 113
23. Nawarangpur: 37
24. Nayagarh: 34
25. Nuapada: 32
26. Puri: 119
27. Rayagada: 31
28. Sambalpur: 437
29. Sonepur: 46
30. Sundargarh: 662
31. State Pool: 315— I & PR Department, Odisha (@IPR_Odisha) January 9, 2022
New recoveries: 260
Cumulative tested: 26104669
Positive: 1070869
Recovered: 1046231
Active cases: 16117— I & PR Department, Odisha (@IPR_Odisha) January 9, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୨୬୦ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୭୦୮୬୯ ରହିଥିବା ବେଳେ ୧୬୧୧୭ ଜଣ ଚିକିତ୍ସିତ ହେଉଛନ୍ତି ।