ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଏବେ ପୁଣି ଥରେ ବୃଦ୍ଧି ପାଉଛି । ସଂକ୍ରମଣ ହାର ଏବେ ଦୃତ ଗତିରେ ବଢି ଚାଲିଛି । ଯାହା ଏବେ ଚିନ୍ତାର ବିଷୟ ପାଲଟିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୭୦୭୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୪୧୨୮ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୨୯୪୩ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୭୦୭ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
22. Mayurbhanj: 201
23. Nawarangpur: 95
24. Nayagarh: 35
25. Nuapada: 26
26. Puri: 156
27. Rayagada: 36
28. Sambalpur: 609
29. Sonepur: 61
30. Sundargarh: 1147
31. State Pool: 486— I & PR Department, Odisha (@IPR_Odisha) January 11, 2022
New recoveries: 414
Cumulative tested: 26247991
Positive: 1082769
Recovered: 1047031
Active cases: 27216— I & PR Department, Odisha (@IPR_Odisha) January 11, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୪୧୪ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୮୨୭୬୯ ରହିଥିବା ବେଳେ ୨୭୨୧୬ ଜଣ ଚିକିତ୍ସିତ ହେଉଛନ୍ତି ।