ଭୁବନେଶ୍ୱର (ଏଟିଆର ବ୍ୟୁରୋ): ପ୍ରତ୍ୟେକ ଦିନ ରାଜ୍ୟରେ ନୂତନ ମାମଲା ସାମ୍ନାକୁ ଆସୁଥିବା ବେଳେ ପୂର୍ବାପେକ୍ଷା ଏବେ ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମିବାରେ ଲାଗିଛି । ରାଜ୍ୟରେ ଏକ ଶହ ତଳେ ରହିଛି ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ୬୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୪୧ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୨୮ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି । ଅନ୍ୟପଟେ ମହାରାଷ୍ଟ୍ରରେ ପୁଣି କରୋନା ପ୍ରକୋପ ଦେଖାଦେଇଥିବାରୁ ଏବେ ଓଡିଶା ସରକାର ତତ୍ପର ହୋଇଉଠିଛନ୍ତି । ସମସ୍ତ କୋଭିଡ ନିୟମ କଡାକଡି ଭାବେ ପାଳନ କରିବା ପାଇଁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 21st Feb
New Positive Cases: 69
In quarantine: 41
Local contacts: 28(Details of local contacts will be shared by concerned District Administration)
District Wise Cases:
1. Angul: 2
2. Balasore: 2
3. Bargarh: 6
4. Balangir: 1
5. Boudh: 1
6. Cuttack: 2— I & PR Department, Odisha (@IPR_Odisha) February 22, 2021
17. Sonepur: 3
18. Sundargarh: 11
19. State Pool: 1New recoveries: 54
Cumulative tested: 8189910
Positive: 336705
Recovered: 334107
Active cases: 631— I & PR Department, Odisha (@IPR_Odisha) February 22, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୫୪ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୬୭୦୫ ରହିଥିବା ବେଳେ ଏହି ରୋଗରୁ ୩୩୪୧୦୭ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୬୩୧ ଜଣ ଚିକିତ୍ସିତ ହେଉଛନ୍ତି ।