ଭୁବନେଶ୍ୱର (ଏଟିଆର ବ୍ୟୁରୋ): ପ୍ରତ୍ୟେକ ଦିନ ରାଜ୍ୟରେ ନୂତନ ମାମଲା ସାମ୍ନାକୁ ଆସୁଥିବା ବେଳେ ପୂର୍ବାପେକ୍ଷା ଏବେ ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମିବାରେ ଲାଗିଛି । ରାଜ୍ୟରେ ଏକ ଶହ ତଳେ ରହିଛି ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ୬୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୭ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୨୫ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି । ଅନ୍ୟପଟେ ମହାରାଷ୍ଟ୍ରରେ ପୁଣି କରୋନା ପ୍ରକୋପ ଦେଖାଦେଇଥିବାରୁ ଏବେ ଓଡିଶା ସରକାର ତତ୍ପର ହୋଇଉଠିଛନ୍ତି । ସମସ୍ତ କୋଭିଡ ନିୟମ କଡାକଡି ଭାବେ ପାଳନ କରିବା ପାଇଁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
7. Ganjam: 1
8. Jajpur: 3
9. Jharsuguda: 2
10. Kendrapada: 1
11. Keonjhar: 1
12. Khurda: 7
13. Koraput: 2
14. Mayurbhanj: 2
15. Nuapada: 1
16. Puri: 1
17. Rayagada: 2— I & PR Department, Odisha (@IPR_Odisha) February 23, 2021
18. Sambalpur: 12
19. Sundargarh: 5
20. State Pool: 2New recoveries: 59
Cumulative tested: 8207302
Positive: 336767
Recovered: 334166
Active cases: 634— I & PR Department, Odisha (@IPR_Odisha) February 23, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୫୯ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୬୭୬୭ ରହିଥିବା ବେଳେ ଏହି ରୋଗରୁ ୩୩୪୧୬୬ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୬୩୪ ଜଣ ଚିକିତ୍ସିତ ହେଉଛନ୍ତି ।