ଭୁବନେଶ୍ୱର (ଏଟିଆର ବ୍ୟୁରୋ): ପ୍ରତ୍ୟେକ ଦିନ ରାଜ୍ୟରେ ନୂତନ ମାମଲା ସାମ୍ନାକୁ ଆସୁଥିବା ବେଳେ ପୂର୍ବାପେକ୍ଷା ଏବେ ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମିବାରେ ଲାଗିଛି । ରାଜ୍ୟରେ ଏକ ଶହ ତଳେ ରହିଛି ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ୮୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୫୩ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୩୬ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି । ଅନ୍ୟପଟେ ମହାରାଷ୍ଟ୍ରରେ ପୁଣି କରୋନା ପ୍ରକୋପ ଦେଖାଦେଇଥିବାରୁ ଏବେ ଓଡିଶା ସରକାର ତତ୍ପର ହୋଇଉଠିଛନ୍ତି । ସମସ୍ତ କୋଭିଡ ନିୟମ କଡାକଡି ଭାବେ ପାଳନ କରିବା ପାଇଁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 24th Feb
New Positive Cases: 89
In quarantine: 53
Local contacts: 36(Details of local contacts will be shared by concerned District Administration)
District Wise Cases:
1. Angul: 2
2. Balasore: 9
3. Bargarh: 6
4. Balangir: 6
5. Boudh: 1
6. Cuttack: 4— I & PR Department, Odisha (@IPR_Odisha) February 25, 2021
17. Sambalpur: 14
18. Sonepur: 5
19. Sundargarh: 8
20. State Pool: 1New recoveries: 90
Cumulative tested: 8255081
Positive: 336924
Recovered: 334333
Active cases: 623— I & PR Department, Odisha (@IPR_Odisha) February 25, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୯୦ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୬୯୨୪ ରହିଥିବା ବେଳେ ଏହି ରୋଗରୁ ୩୩୪୩୩୩ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୬୨୩ ଜଣ ଚିକିତ୍ସିତ ହେଉଛନ୍ତି ।