ଭୁବନେଶ୍ୱର (ଏଟିଆର ବ୍ୟୁରୋ): ପ୍ରତ୍ୟେକ ଦିନ ରାଜ୍ୟରେ ନୂତନ ମାମଲା ସାମ୍ନାକୁ ଆସୁଥିବା ବେଳେ ପୂର୍ବାପେକ୍ଷା ଏବେ ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମିବାରେ ଲାଗିଛି । ସେହିଅନୁଯାୟୀ ଏବେ ରାଜ୍ୟରେ ଏକ ଶହ ତଳକୁ ଖସିଛି ଆକ୍ରାନ୍ତଙ୍କ ସଂଖ୍ୟା । ଯାହାଫଳରେ ଏବେ ତଳମୁହାଁ ହୋଇଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ୮୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୫୧ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୩୬ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 3rd Feb, 2021
New Positives Cases: 87
In quarantine: 51
Local contacts: 36(Details of local contacts will be shared by concerned District Administration)
District Wise Cases:
1. Bargarh: 2
2. Balangir: 1
3. Boudh: 1
4. Cuttack: 6
5. Deogarh: 1— I & PR Department, Odisha (@IPR_Odisha) February 4, 2021
17. Sambalpur: 6
18. Sundargarh: 26
19. State Pool: 3New recoveries: 122
Cumulative tested: 7796219
Positive: 335369
Recovered: 332499
Active cases: 910— I & PR Department, Odisha (@IPR_Odisha) February 4, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୧୨୨ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୫୩୬୯ ରହିଥିବା ବେଳେ ଏହି ରୋଗରୁ ୩୩୨୪୯୯ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୯୧୦ ଜଣ ଚିକିତ୍ସିତ ହେଉଛନ୍ତି ।