ଭୁବନେଶ୍ୱର (ଏଟିଆର ବ୍ୟୁରୋ): ପ୍ରତ୍ୟେକ ଦିନ ରାଜ୍ୟରେ ନୂତନ ମାମଲା ସାମ୍ନାକୁ ଆସୁଥିବା ବେଳେ ପୂର୍ବାପେକ୍ଷା ଏବେ ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମିବାରେ ଲାଗିଛି । ରାଜ୍ୟରେ ଏକ ଶହ ତଳେ ରହିଛି ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ୭୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୪୫ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୨୯ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 1st March
New Positive Cases: 74
In quarantine: 45
Local contacts: 29(Details of local contacts will be shared by concerned District Administration)
District Wise Cases:
1. Balasore: 5
2. Bargarh: 3
3. Bhadrak: 2
4. Balangir: 3
5. Gajapati: 1— I & PR Department, Odisha (@IPR_Odisha) March 2, 2021
15. Sonepur: 4
16. Sundargarh: 13
17. State Pool: 2New recoveries: 76
Cumulative tested: 8360145
Positive: 337351
Recovered: 334647
Active cases: 734— I & PR Department, Odisha (@IPR_Odisha) March 2, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୭୬ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୭୩୫୧ ରହିଥିବା ବେଳେ ଏହି ରୋଗରୁ ୩୩୪୬୪୭ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୭୩୪ ଜଣ ଚିକିତ୍ସିତ ହେଉଛନ୍ତି ।