ଭୁବନେଶ୍ୱର (ଏଟିଆର ବ୍ୟୁରୋ): ପ୍ରତ୍ୟେକ ଦିନ ରାଜ୍ୟରେ ନୂତନ ମାମଲା ସାମ୍ନାକୁ ଆସୁଥିବା ବେଳେ ପୂର୍ବାପେକ୍ଷା ଏବେ ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମିବାରେ ଲାଗିଛି । ରାଜ୍ୟରେ ଏକ ଶହ ତଳେ ରହିଛି ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ୬୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୮ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୨୭ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 12th March
New Positive Cases: 65
In quarantine: 38
Local contacts: 27(Details of local contacts will be shared by concerned Dist Administration)
District Wise Cases:
1. Angul: 5
2. Balasore: 2
3. Bargarh: 2
4. Balangir: 3
5. Cuttack: 13
6. Jajpur: 4— I & PR Department, Odisha (@IPR_Odisha) March 13, 2021
7. Jharsuguda: 3
8. Keonjhar: 1
9. Khurda: 7
10. Mayurbhanj: 7
11. Sambalpur: 3
12. Sundargarh: 13
13. State Pool: 2New recoveries: 91
Cumulative tested: 8598542
Positive: 338121
Recovered: 335499
Active cases: 651— I & PR Department, Odisha (@IPR_Odisha) March 13, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୯୧ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୮୧୨୧ ରହିଥିବା ବେଳେ ଏହି ରୋଗରୁ ୩୩୫୪୯୯ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୬୫୧ ଜଣ ଚିକିତ୍ସିତ ହେଉଛନ୍ତି ।