ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ମାଡି ଚାଲିଛି କରୋନା ଭାଇରସ । ପ୍ରତ୍ୟେକ ଦିନ କରୋନର ନୂତନ ମାମଲା ସାମ୍ନାକୁ ଆସୁଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୦୬୩୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୬୦୧୨ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୪୬୨୩ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
6. Boudh: 179
7. Cuttack: 887
8. Deogarh: 137
9. Dhenkanal: 146
10. Gajapati: 101
11. Ganjam: 266
12. Jagatsinghpur: 140
13. Jajpur: 290
14. Jharsuguda: 456
15. Kalahandi: 469
16. Kandhamal: 73
17. Kendrapada: 117
18. Keonjhar: 193
19. Khurda: 1564
20. Koraput: 127— I & PR Department, Odisha (@IPR_Odisha) May 9, 2021
New recoveries: 7664
Cumulative tested: 10517838
Positive: 534842
Recovered: 439322
Active Cases: 93287— I & PR Department, Odisha (@IPR_Odisha) May 9, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୭୬୬୪ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୩୪୮୪୨ ରହିଥିବା ବେଳେ ଏହି ରୋଗରୁ ୪୩୯୩୨୨ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୯୩୨୮୭ ଜଣ ଚିକିତ୍ସିତ ହେଉଛନ୍ତି ।