ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଥିବା ବେଳେ ଏବେ ସଂକ୍ରମଣ ତଳକୁ ଖସୁଛି । ଯାହାଫଳରେ ଏବେ ସଂକ୍ରମିତଙ୍କ ସଂଖ୍ୟା ୫ ହଜାର ତଳକୁ ଖସିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୪୩୩୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୪୭୫ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୧୮୬୪ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
6. Boudh: 54
7. Cuttack: 480
8. Deogarh: 26
9. Dhenkanal: 144
10. Gajapati: 36
11. Ganjam: 29
12. Jagatsinghpur: 143
13. Jajpur: 207
14. Jharsuguda: 13
15. Kalahandi: 62
16. Kandhamal: 62
17. Kendrapada: 181
18. Keonjhar: 92
19. Khurda: 700
20. Koraput: 65
21. Malkangiri: 50— I & PR Department, Odisha (@IPR_Odisha) June 14, 2021
New recoveries: 7733
Cumulative tested: 12720932
Positive: 856121
Recovered: 796799
Active cases: 55923— I & PR Department, Odisha (@IPR_Odisha) June 14, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୭୭୩୩ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୫୬୧୨୧ ରହିଥିବା ବେଳେ ଏହି ରୋଗରୁ ୭୯୬୭୯୯ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୫୫୯୨୩ ଜଣ ଚିକିତ୍ସିତ ହେଉଛନ୍ତି ।