ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଥିବା ବେଳେ ଏବେ ସଂକ୍ରମଣ ତଳକୁ ଖସୁଛି । ଯାହାଫଳରେ ଏବେ ସଂକ୍ରମିତଙ୍କ ସଂଖ୍ୟା ୪ ହଜାର ତଳକୁ ଖସିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୩୮୦୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୧୭୨ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୧୬୩୪ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
6. Boudh: 35
7. Cuttack: 393
8. Deogarh: 30
9. Dhenkanal: 43
10. Gajapati: 45
11. Ganjam: 36
12. Jagatsinghpur: 130
13. Jajpur: 346
14. Jharsuguda: 19
15. Kalahandi: 43
16. Kandhamal: 34
17. Kendrapada: 145
18. Keonjhar: 81
19. Khurda: 617
20. Koraput: 77
21. Malkangiri: 75— I & PR Department, Odisha (@IPR_Odisha) June 18, 2021
New recoveries: 6240
Cumulative tested: 12964705
Positive: 870498
Recovered: 823599
Active cases: 43338— I & PR Department, Odisha (@IPR_Odisha) June 18, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୬୨୪୦ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୭୦୪୯୮ ରହିଥିବା ବେଳେ ଏହି ରୋଗରୁ ୮୨୩୫୯୯ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୪୩୩୩୮ ଜଣ ଚିକିତ୍ସିତ ହେଉଛନ୍ତି ।